ଆଶା, ଅଙ୍ଗନବାଡ଼ି କର୍ମୀଙ୍କୁ କରୋନା; ମାର୍ଶାଘାଇ ଓ ପେଣ୍ଠପାଳ କଣ୍ଟେନମେଣ୍ଟ ଜୋନ୍ ଘୋଷଣା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 31, 2020

ଆଶା, ଅଙ୍ଗନବାଡ଼ି କର୍ମୀଙ୍କୁ କରୋନା; ମାର୍ଶାଘାଇ ଓ ପେଣ୍ଠପାଳ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲାରେ ଚିହ୍ନଟ ହୋଇଥିବା ୧୮ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ ଅସ୍ଥାୟୀ ମେଡିକାଲ୍ କ୍ୟାମ୍ପ (ଟିଏମ୍‌ସି)ରେ ନିୟୋଜିତ ହୋଇଥିଲେ। ସେମାନଙ୍କ ମଧ୍ୟରେ ଅଛନ୍ତି ଆଶା କର୍ମୀ, ଅଙ୍ଗନବାଡ଼ି କର୍ମୀ, ସ୍ୱାସ୍ଥ୍ୟକର୍ମୀ, ସଫେଇ କର୍ମଚାରୀ ଏବଂ ସ୍ୱେଚ୍ଛାସେବୀ।

ମାର୍ଶାଘାଇ ଓ ପଟ୍ଟାମୁଣ୍ଡାଇ ପେଣ୍ଠପାଳ ହାଇସ୍କୁଲରେ ହୋଇଥିବା କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଏମାନେ ନିୟୋଜିତ ହୋଇଥିଲେ। ଏମାନଙ୍କ ଠାରେ କରୋନାର କୌଣସି ଲକ୍ଷଣ ପରିଲକ୍ଷିତ ହୋଇ ନ ଥିଲା। ତେବେ ନମୁନା ପରୀକ୍ଷା ପରେ ରିପୋର୍ଟ ପଜିଟିଭ୍ ଆସିଛି।
ଅନ୍ୟପକ୍ଷରେ ଏହି ରିପୋର୍ଟ ଆସିବା ପରେ ମାର୍ଶାଘାଇ ଓ ପଟ୍ଟାମୁଣ୍ଡାଇ ପେଣ୍ଠପାଳ ଅଞ୍ଚଳକୁ କଣ୍ଟେନମେଣ୍ଟ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ୪୮ ଘଣ୍ଟା ପାଇଁ ଏହି ଦୁଇ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି ଜିଲ୍ଲାପାଳ।

ଜିଲ୍ଲାରେ ଚିହ୍ନଟ ହୋଇଥିବା ୧୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନ୍ୟ ୧୨ ଜଣ ଗୁଜରାଟ, କର୍ଣ୍ଣାଟକ ଓ ପଶ୍ଚିମବଙ୍ଗ ଫେରନ୍ତା ବୋଲି ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, କେନ୍ଦ୍ରାପଡ଼ା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୪୦ ଜଣ ସୁସ୍ଥ ହୋଇସାରିଛନ୍ତି। ବାକି ୪୯ ଜଣଙ୍କ ଚିକିତ୍ସା ଚାଲିଛି।



from Odisha Reporter https://ift.tt/2XhizEC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages