ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ, ୫୩୮ରେ ପହଞ୍ଚିଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 12, 2020

ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ, ୫୩୮ରେ ପହଞ୍ଚିଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଞ୍ଚି ଯାଇଛି।

ଏହି ୧୦୧ ନୂଆ କେସ୍‌ରୁ କେବଳ ଗଞ୍ଜାମର ୫୨ଟି ଥିବା ବେଳେ ବାଲେଶ୍ୱରର ୩୩ ଓ ଯାଜପୁରର ୭ଟି ରହିଛି। ସେହିପରି ସୁନ୍ଦରଗଡ଼ ଜିଲ୍ଲାରେ ୭ ଜଣ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲାରେ ୨ ଜଣ ଚିହ୍ନଟ ହୋଇଛନ୍ତି।

୫୨ଟି ନୂଆ କେସ୍ ସହିତ ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ପାର କରିଯାଇଛି। ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି। ବାକି ସମସ୍ତେ ଚିକିତ୍ସାଧୀନ ଅଛନ୍ତି। ସେହିପରି ୩୩ ନୂଆ ମାମଲା ସହିତ ବାଲେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଛୁଇଁଛି। ସେମାନଙ୍କ ମଧ୍ୟରୁ ୧୧ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭୯ ଜଣ ଚିକିତ୍ସାଧୀନ ଅଛନ୍ତି। ୭ ଜଣ ନୂଆ ଆକ୍ରାନ୍ତଙ୍କ ସହିତ ଯାଜପୁରରେ ମୋଟ ସଂଖ୍ୟା ୭୧ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୩୩ ସୁସ୍ଥ ହୋଇଥିବା ବେଳେ ୩୮ ଜଣ ଚିକିତ୍ସାଧୀନ ଅଛନ୍ତି।

୨ଟି ନୂଆ କେସ୍ ସହିତ ସୁନ୍ଦରଗଡ଼ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୩ ଜଣ ଚିକିତ୍ସାଧୀନ ଅଛନ୍ତି। କେନ୍ଦୁଝରରେ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି ଏବଂ ସମସ୍ତେ ଚିକିତ୍ସାଧୀନ ଅଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟର ୫୩୮ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୧୬ ଜଣ ସୁସ୍ଥ ହୋଇସାରିଲେଣି। ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୧୯ଟି ଆକ୍ଟିଭ୍ କେସ୍ ରହିଛି।

 



from Odisha Reporter https://ift.tt/3ctsjRy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages