ତାତି ଆହୁରି ୪ ଦିନ : ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 24, 2020

ତାତି ଆହୁରି ୪ ଦିନ : ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆହୁରି ୪ ଦିନ ଜାରି ରହିବ ଗ୍ରୀଷ୍ମ ପ୍ରବାହ। ପ୍ରବଳ ତାତିକୁ ନେଇ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡିକ ହେଲା ବଲାଙ୍ଗିର, କଳାହାଣ୍ଡି, ଅନୁଗୋଳ, ବୌଦ୍ଧ, ସୁବର୍ଣ୍ଣପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ମାଲକାନଗିରି ଓ ସମ୍ବଲପୁର। ଓଡ଼ିଶାକୁ ଉତ୍ତର ପଶ୍ଚିମ ଦିଗରୁ ଗରମ ଓ ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାସହ ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାରେ ଅତ୍ୟଧିକ ଗରମ ମଧ୍ୟ ଅନୁଭୂତ ହେବ।

ରବିବାର ରାଜ୍ୟରେ ପ୍ରବଳ ଗ୍ରୀଷ୍ଣପ୍ରବାହ ଅନୁଭୂତ ହୋଇଥିଲା। ରାଜ୍ୟର ୧୪ ସହରର ତାପମାତ୍ରା ୪୦ ଡିଗ୍ରୀ ପାର କରିଥିଲା। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ତାତି ଅନୁଭୂତ ହୋଇଥିଲା। ୪୫.୮ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠାରୁ ଉତ୍ତପ୍ତ ସହର ଭାବେ ରେକର୍ଡ ହୋଇଥିଲା।

ଗ୍ରୀଷ୍ମ ପ୍ରବାହ ନେଇ ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି ପ୍ରଦୀପ ଜେନା। ଖରାରେ କାମ ନ କରିବା ସହ  ନ ବୁଲିବାକୁ ପରାମର୍ଶ ଦେଇଛନ୍ତି ଏସ୍ଆରସି।



from Odisha Reporter https://ift.tt/2TAhLIS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages