ଆଉ ୫୮ କରୋନା ଆକ୍ରାନ୍ତ ଚିହ୍ନଟ, ୩୫୨ରେ ପହଞ୍ଚିଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 9, 2020

ଆଉ ୫୮ କରୋନା ଆକ୍ରାନ୍ତ ଚିହ୍ନଟ, ୩୫୨ରେ ପହଞ୍ଚିଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କୋରନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ରେ ପହଞ୍ଚି ଯାଇଛି

୫୮ଟି ନୂଆ କେସ୍ ମଧ୍ୟରୁ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୯ଟି ରହିଛି। ସେହିପରି ବାଲେଶ୍ୱର ଜିଲ୍ଲାରେ ୧୫ ଜଣ ଆକ୍ରାନ୍ତ ହୋଇଥିବା ବେଳେ ଅନୁଗୋଳ ଜିଲ୍ଲାରେ ୧୩ ଜଣ ଚିହ୍ନଟ ହୋଇଛନ୍ତି। ଏହା ସହିତ ଅନୁଗୋଳରେ ପ୍ରଥମ ଥର ପାଇଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ରାଜ୍ୟରେ କରୋନା ଆକ୍ରାନ୍ତ ଜିଲ୍ଲା ସଂଖ୍ୟା ୨୦ରେ ପହଞ୍ଚିଛି। ସେହିପରି ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

୨୯ଟି ନୂଆ କେସ୍ ସହିତ ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ପାର କରିଯାଇଛି। ଏଠାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଥିବା ବେଳେ ୧୧୭ ଚିକିତ୍ସାଧୀନ ଅଛନ୍ତି ଓ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ୧୫ଟି ନୂଆ କେସ୍ ସହିତ ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୨ରେ ପହଞ୍ଚିଛି। ସେମରନଙ୍କ ମଧ୍ୟରୁ ୯ ଜଣ ସୁସ୍ଥ ହୋଇଥିବା ବେଳେ ୩୩ ଜଣ ଚିକିତ୍ସାଧୀନ ଅଛନ୍ତି। ମୟୂରଭଞ୍ଜ ଜିଲ୍ଲାରେ ଆଉ ଜଣେ ଚିହ୍ନଟ ହେବା ପରେ ଏଠାରେ ମୋଟ ସଂଖ୍ୟା ୮ରେ ପହଞ୍ଚି ଯାଇଛି ଓ ସମସ୍ତେ ଚିକିତ୍ସାଧୀନ ରହିଛନ୍ତି।

ରାଜ୍ୟର ମୋଟ ୩୫୨ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୮ ଜଣ ସୁସ୍ଥ ହୋଇଥିବା ବେଳେ ୨୮୧ ଜଣ ଚିକିତ୍ସାଧୀନ ଅଛନ୍ତି। ୩ ଜଣଙ୍କ ମୃତ୍ୟୁ ଘଟିଛି।



from Odisha Reporter https://ift.tt/3fAgStf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages