ଝରଝରି ଘାଟି ତଳକୁ ଖସିଲା କାର୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 14, 2020

ଝରଝରି ଘାଟି ତଳକୁ ଖସିଲା କାର୍

ଅନୁଗୋଳ (ବିରଜା ପ୍ରସାଦ ଦାଶ): ପଶ୍ଚିମବଙ୍ଗର ବାଙ୍କୁଡ଼ା ସୁନାମୁଖୀ ଅଞ୍ଚଳରୁ ଜଣେ ବ୍ୟକ୍ତି କାର୍‌ ଯୋଗେ ବଲାଙ୍ଗିର ଜିଲ୍ଲା ବାଘମୁଣ୍ଡା ଅଞ୍ଚଳକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛନ୍ତି। ଆଜି ସକାଳେ ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ଥାନା ଅନ୍ତର୍ଗତ ଝରଝରି ଘାଟି ନିକଟରେ ତାଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ସେ ଓ କାର୍‌ରେ ବସିଥିବା ଅନ୍ୟ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଆଗଚକ ଫାଟିଯିବାରୁ କାର୍‌ଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ଯାଇଥିଲା। ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠାଇବା ସହିତ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2T1RJht

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages