ଆଉ ୨୬ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 7, 2020

ଆଉ ୨୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨୬ ଜଣ କରୋନର ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚି ଯାଇଛି।

ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୯ ଜଣ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ କେନ୍ଦ୍ରାପଡ଼ାର ୫ ଓ ଭଦ୍ରକର ୨ ଜଣ ଅଛନ୍ତି। ଏହା ସହିତ ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚି ଯାଇଛି। ୪୭ ଜଣ ଯାକ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ସେହିପରି କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ (୨ସୁସ୍ଥ, ୬ ଚିକିତ୍ସାଧୀନ)ରେ ପହଞ୍ଚି ଥିବା ବେଳେ ଭଦ୍ରକରେ ଏହି ସଂଖ୍ୟା ୨୩ (୧୨ ସୁସ୍ଥ, ୧୧ ଚିକିତ୍ସାଧୀନ)ରେ ପହଞ୍ଚିଛି।

ଭଦ୍ରକର ଦୁଇ ନୂଆ ଆକ୍ରାନ୍ତଙ୍କ ସଂପର୍କରେ ସୂଚନା ଦେଇଛି ଜିଲ୍ଲା ପ୍ରଶାସନ। ସେମାନେ ଗୁଜରାଟରୁ ଫେରିଥିଲେ ଓ କ୍ୱାରେଣ୍ଟାଇନ୍‌ରେ ଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଧାମନଗର ବ୍ଲକ୍‌ରୁ ହୋଇଥିବା ବେଳେ ଅନ୍ୟ ଜଣେ ବାସୁଦେବପୁର ପୌରାଞ୍ଚଳର।


୧୯ ନୂଆ ଆକ୍ରାନ୍ତଙ୍କ ସହିତ ଗଞ୍ଜାମ ଜିଲ୍ଲା ତୃତୀୟ ସ୍ଥାନରେ ପହଞ୍ଚି ଯାଇଛି। ଯାଜପୁରରେ ସର୍ବାଧିକ ୫୫ ଜଣ (ଜଣେ ସୁସ୍ଥ, ୫୪ ଚିକିତ୍ସାଧୀନ) କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦ୍ୱିତୀୟ ସ୍ଥାନରେ ରହିଛି ଖୋର୍ଦ୍ଧା। ଏଠାରେ ୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ସୁସ୍ଥ ହୋଇଥିବା ବେଳେ ୧୬ ଜଣ ଚିକତ୍ସାଧୀନ ଅଛନ୍ତି। ସେହିପରି ୨ ଜଣଙ୍କ ମୃତ୍ୟୁ ଘଟିଛି।

ରାଜ୍ୟରେ ଏଯାବତ୍ ଚିହ୍ନଟ ହୋଇଥିବା ୨୪୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୮୧ ଟି କେସ୍ ସକ୍ରିୟ ରହିଛି ଓ ୨ ଜଣଙ୍କ ମୃତ୍ୟୁ ଘଟିଛି।

 



from Odisha Reporter https://ift.tt/2SNEXCW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages