ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହି ୨ ନୂଆ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର। ଏହା ସହିତ କରୋନା ଗଞ୍ଜାମ ଜିଲ୍ଲାରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏହି ଦୁଇ ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୯କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦୨ ଚିକିତ୍ସାଧୀନ ଥିବା ବେଳେ ୫୬ ଜଣ ଡିସ୍ଚାର୍ଜ ହୋଇଛନ୍ତି। ଜଣଙ୍କର ମୃତ୍ୟୁ ଘଟିଛି।
ସୂଚନା଼ଯୋଗ୍ୟ, ଗତକାଲି ଯାଜପୁର ଜିଲ୍ଲାରେ ୮ ଜଣ ପିଜିଟିଭ୍ ଚିହ୍ନଟ ହୋଇଥିଲେ। ସମସ୍ତଙ୍କର ପଶ୍ଚିମବଙ୍ଗ ଲିଙ୍କ୍ ଥିବା ଜଣାପଡ଼ିଛି। ଏହା ସହିତ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୮କୁ ଛୁଇଁଛି। ଆଉ ଏହି ଜିଲ୍ଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ଖୋର୍ଦ୍ଧାକୁ ପଛରେ ପକାଇ ଦେଇଛି। ଖୋର୍ଦ୍ଧା ଜିଲ୍ଲାରେ ଏଯାବତ୍ ୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
from Odisha Reporter https://ift.tt/2VVBFQ0
No comments:
Post a Comment