ଚିହ୍ନଟ ହେଲେ ୧୬୧ ନମ୍ବର କରୋନା ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 3, 2020

ଚିହ୍ନଟ ହେଲେ ୧୬୧ ନମ୍ବର କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ସହିତ ଆକ୍ରାନ୍ତଙ୍କ ସଂଖ୍ୟା ୧୬୧ରେ ପହଞ୍ଚିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଏହି ନୂଆ କରୋନା ଆକ୍ରାନ୍ତ ଯୁବକ ଜଣଙ୍କ ବାଲେଶ୍ୱର ଜିଲ୍ଲାର। ତାଙ୍କ ବୟସ ୩୪ ବର୍ଷ। ସେ ପଶ୍ଚିମବଙ୍ଗରୁ ଫେରିଥିଲେ। ତାଙ୍କ ଠାରେ କୌଣସି ଲକ୍ଷଣ ନଥିଲା। ତେବେ ସାମ୍ପଲ ଟେଷ୍ଟ ପରେ ସେ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଛି।

ଏହି ନୂଆ କେସ୍ ସହିତ ବାଲେଶ୍ୱର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୩ ଜଣ ସୁସ୍ଥ ହୋଇସାରିଛନ୍ତି।

ଏହା ପୂର୍ବରୁ ଆଜି ଝାରସୁଗୁଡ଼ାରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେ ଜଣେ ୪୦ ବର୍ଷୀୟା ମହିଳା। ଜିଲ୍ଲାରେ ଏବେ ୨ଟି କରୋନା ପଜିଟିଭ୍ କେସ୍‌ ଆସିଛି। ଦୁହେଁ ଚିକିତ୍ସାଧୀନ ଅଛନ୍ତି।

ସୂଚନାଯୋଗ୍ୟ, ୧୬୧ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୫ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଜଣେ ପ୍ରାଣ ହରାଇଛନ୍ତି।



from Odisha Reporter https://ift.tt/2VYxqmN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages