ସମ୍ୱଲପୁର(ସଞ୍ଜୟ ଜେନା): ହୀରାକୁଦ ଡ୍ୟାମ୍ରୁ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି। ପାରମ୍ପରିକ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲାଯାଇଥିଲା। ପରବର୍ତ୍ତୀ ସମୟରେ ଆଉ ୪ଟି ଗେଟ୍ ଖୋଲିଲା। ବର୍ତ୍ତମାନ ୫ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି।
ଉପରମୁଣ୍ଡରେ ବର୍ଷା ଯୋଗୁ ଜଳସ୍ତର ବଢି ଚାଲିଥିବାରୁ ଗେଟ୍ ଖୋଲା ଯାଇଛି । ମହାନଦୀ ଅବବାହିକାରେ ବସବାସ କରୁଥିବା ଜନସାଧାରଣଙ୍କ ସୁରକ୍ଷା ପାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଇଛି । ହୀରାକୁଦ ଜଳଭଣ୍ଡାରରେ ୬୧୬ ଫୁଟ ଜଳ ଥିବାବେଳେ ଏହାର ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଛି।
The post ଖୋଲିଲା ହୀରକୁଦ ଗେଟ୍ appeared first on Odisha Reporter.
from Odisha Reporter https://ift.tt/31g5FJK
No comments:
Post a Comment