ଆଖି ବୁଜିଲେ ଜଣେ କରୋନା ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 30, 2020

ଆଖି ବୁଜିଲେ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ଗଞ୍ଜାମ ଜିଲ୍ଲାର ୫୨ ବର୍ଷୀୟ ବ୍ୟକ୍ତି ହୋଇଥିବା ବେଳେ ସେ ପୂର୍ବରୁ କ୍ୟାନସରରେ ଆକ୍ରାନ୍ତ ଥିଲେ। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି ।

ପୂର୍ବରୁ ରାଜ୍ୟରେ କରୋନା ଯୋଗୁ ମୃତ୍ୟୁ ସଂଖ୍ୟା ୨୫ ଥିବା ବେଳେ ଏବେ ଏହି ସଂଖ୍ୟା ୨୬ ଛୁଇଁଛି। ଗତକାଲି ଗଞ୍ଜାମର ୨ ମହିଳା କରୋନାରେ ଆକ୍ରାନ୍ତ ହୋଇ ଆଖି ବୁଜିଥିଲେ।  ଗତ ସୋମବାର ମଧ୍ୟ ଗଞ୍ଜାମ ଜିଲ୍ଲାର ୨ ବ୍ୟକ୍ତିଙ୍କର କରୋନା ଯୋଗୁ ମୃତ୍ୟୁ ଘଟିଥିଲା। ପୂର୍ବରୁ ଗଞ୍ଜାମରେ କରୋନା ଯୋଗୁ ମୃତ୍ୟୁ  ସଂଖ୍ୟା ୧୪ ଥିବା ବେଳେ ଏବେ ଏହି ସଂଖ୍ୟା ୧୫ରେ ପହଞ୍ଚିଛି।

ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୩୧୬ରେ ପହଞ୍ଚିଛି। ସେଥିମଧ୍ୟରୁ ୫୧୮୯ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୨୦୯୪ଟି ଆକ୍ଟିଭ କେସ୍‌ ରହିଛି।

The post ଆଖି ବୁଜିଲେ ଜଣେ କରୋନା ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/2BR8bLR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages