ଆଉ ୭୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୮ଶହ ପାର ହେଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 6, 2020

ଆଉ ୭୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୮ଶହ ପାର ହେଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୭୧୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୧୨୯ ଜଣ ଚିକିତ୍ସାଧୀନ ଅଛନ୍ତି।


୧୬ଟି ଜିଲ୍ଲାରୁ ନୂତନ ଭାବେ ଚିହ୍ନଟ ଏହି ୭୫ ଜଣଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଆଉ ୩ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଏହି ୭୫ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ରେ ସର୍ବାଧିକ ୧୮ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ଜଗତସିଂହପୁରରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୨, ଯାଜପୁରରୁ ୭, କେନ୍ଦୁଝରରୁ ୧, ଗଞ୍ଜାମରୁ ୧, ନୟାଗଡ଼ରୁ ୪, କଟକରୁ ୫, ଅନୁଗୋଳରୁ ୨, ଢେଙ୍କାନାଳରୁ ୨, ବଲାଙ୍ଗିରରୁ ୫, ପୁରୀରୁ ୧, ସୋନପୁରରୁ ୩ ଓ କେନ୍ଦ୍ରାପଡ଼ାରୁ ୩ ଜଣ ଚିହ୍ନଟ ହୋଇଛନ୍ତି।



from Odisha Reporter https://ift.tt/30kwoEj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages