ଅନ୍‌ଲାଇନ୍‌ରେ ହେବ ବିପିୟୁଟି ପରୀକ୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 12, 2020

ଅନ୍‌ଲାଇନ୍‌ରେ ହେବ ବିପିୟୁଟି ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜୁ ପଟ୍ଟନାୟକ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ବିପିୟୁଟି) ଅଧୀନରେ ଥିବା ଇଞ୍ଜିନିୟରିଂ କଲେଜର ଅଷ୍ଟମ ସେମିଷ୍ଟାର ପରୀକ୍ଷା ବାତିଲ୍ ହେବନି। ଜୁଲାଇ ପ୍ରଥମରୁ ଦ୍ଵିତୀୟ ସପ୍ତାହ ଭିତରେ ହେବ ଅନ୍‌ଲାଇନ୍‌ ପରୀକ୍ଷା। ଯିଏ ଅନ୍‌ଲାଇନ୍‌ରେ ପରୀକ୍ଷା ଦେବେନି, ସେମାନେ ସ୍ଥିତି ସୁଧୁରିବା ପରେ କଲେଜ ଖୋଲିଲେ ଅଫ୍‌ଲାଇନ୍‌ରେ ପରୀକ୍ଷା ଦେଇପାରିବେ। ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ସବୁ ଜିଲ୍ଲାରେ ଓ ରାଜ୍ୟ ବାହାରେ ପରୀକ୍ଷା କେନ୍ଦ୍ର କରାଯିବ। ଛାତ୍ରଛାତ୍ରୀ ଚାହିଁଲେ ଅଫ୍‌ଲାଇନ୍‌ରେ ବି ପରୀକ୍ଷା ଦେଇପାରିବେ। ତେବେ ଶିକ୍ଷାନୁଷ୍ଠାନ ଖୋଲିବା ପରେ ଅଫ୍‌ଲାଇନ୍‌ରେ ପରୀକ୍ଷା ହେବ।

ଉଲ୍ଲେଖଯୋଗ୍ୟ ଯେ, ବିପିୟୁଟି ଅଧୀନରେ ଥିବା ସମସ୍ତ ପରୀକ୍ଷା ଜୁନ ଶେଷ ସପ୍ତାହ ଓ ଜୁଲାଇ ପ୍ରଥମ ସପ୍ତାହରେ ହେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ପୂର୍ବରୁ କୁହାଯାଇଥିଲା।



from Odisha Reporter https://ift.tt/2Yqz0xX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages