ରାଜ୍ୟରେ ଆଉ ୧୧୦ କରୋନା ପଜିଟିଭ ଚିହ୍ନଟ, ଜଗତସିଂହପୁରରେ ଅଛନ୍ତି ସବୁଠୁ ଅଧିକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 9, 2020

ରାଜ୍ୟରେ ଆଉ ୧୧୦ କରୋନା ପଜିଟିଭ ଚିହ୍ନଟ, ଜଗତସିଂହପୁରରେ ଅଛନ୍ତି ସବୁଠୁ ଅଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫୦ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୨୧୩୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୧୦୬ ଜଣ ଚିକିତ୍ସାଧୀନ ଅଛନ୍ତି। ୯ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ୨ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିଲେ ସୁଦ୍ଧା କରୋନା ଏହାର କାରଣ ନୁହେଁ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।

୧୧୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ୯୭ ଜଣ ଥିଲେ। ବାକି ୧୩ଟି ଲୋକାଲ କେସ୍‌। ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୩୩ ଜଣ ଅଛନ୍ତି।

ସେହିପରି କଟକ ଜିଲ୍ଲାରୁ ୨୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଝାରସୁଗୁଡ଼ାରୁ ଜଣେ, ଖୋର୍ଦ୍ଧାରୁ ୧୪, ରାୟଗଡ଼ାରୁ ୪, ନୟାଗଡ଼ରୁ ୪, ବରଗଡ଼ରୁ ୨, ଭଦ୍ରକରୁ ୧, କଳାହାଣ୍ଡି ୪, ଗଜପତିରୁ ୧୧, ପୁରୀରୁ ୭, ବଲାଙ୍ଗିରରୁ ୧, କେନ୍ଦ୍ରାପଡ଼ାରୁ ୧, ମୟୂରଭଞ୍ଜରୁ ୪, କୋରାପୁଟରୁ ୧ , କେନ୍ଦୁଝରରୁ ୧ ଓ ବୌଦ୍ଧରୁ ଜଣେ ଚିହ୍ନଟ ହୋଇଛନ୍ତି।



from Odisha Reporter https://ift.tt/2YiGinn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages