୧୭ ଜିଲ୍ଲାରୁ ଚିହ୍ନଟ ହେଲେ ୧୪୩ କରୋନା ଆକ୍ରାନ୍ତ; ଗଞ୍ଜାମରେ ସର୍ବାଧିକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 21, 2020

୧୭ ଜିଲ୍ଲାରୁ ଚିହ୍ନଟ ହେଲେ ୧୪୩ କରୋନା ଆକ୍ରାନ୍ତ; ଗଞ୍ଜାମରେ ସର୍ବାଧିକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୧୭ ଜିଲ୍ଲାରୁ ୧୪୩  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩ରେ ପହଞ୍ଚି ଯାଇଛି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ନୂତନ ଭାବେ ଚିହ୍ନଟ ୧୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୭ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିବା ବେଳେ ଆଉ ୬ଟି ହେଉଛି ଲୋକାଲ କେସ୍‌। ଏଥିସହ ଅମ୍ଫାନ ମୁକାବିଲା ସାରି ପଶ୍ଚିମବଙ୍ଗରୁ ଫେରିଥିବା ୨ ଜଣ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି।

ଗଞ୍ଜାମରୁ ସର୍ବାଧିକ ୩୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୦ ଖୋର୍ଦ୍ଧାରୁ ୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୟାଗଡ଼ ଓ ବାଲେଶ୍ୱର ୧୩ ଜଣ ଲେଖାଏ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ୧୨, କେନ୍ଦ୍ରାପଡ଼ା ୧୦, ସମ୍ବଲପୁରରୁ ୫,  କଳାହାଣ୍ଡି ୬,  ଭଦ୍ରକ ୪, ଢେଙ୍କାନାଳ ୩, କେନ୍ଦୁଝର ୨, ଝାରସୁଗୁଡ଼ା, ବରଗଡ଼ରୁ , ଅନୁଗୁଳ, ବଲାଙ୍ଗିର ଓ ଜଗତସିଂହପୁରରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ  ୫୩୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୩୭୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୫୬୨ ଜଣ ଚିକିତ୍ସାଧୀନ ଅଛନ୍ତି।



from Odisha Reporter https://ift.tt/37OAtlW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages