ଘାଟିରେ ଓଲଟିଲା ଟ୍ରାକ୍ଟର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 16, 2020

ଘାଟିରେ ଓଲଟିଲା ଟ୍ରାକ୍ଟର

ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ମୁଦୁଲିପଡ଼ା ଥାନା ଅନ୍ତର୍ଗତ ମାଡ଼କାପଦର ଘାଟିରେ ଟ୍ରାକ୍ଟର ଓଲଟି ୪୦ଜଣ ଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଗୁରୁତରଙ୍କୁ ମାଥିଲି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ଟ୍ରାକ୍ଟରଟି ଶ୍ରମିକମାନଙ୍କୁ ମଡ଼ାକାପଦରରୁ ଗୋବିନ୍ଦପାଲିରୁ ଅଭିମୁଖେ ଯାଉଥିଲା। ଏହି ସମୟରେ ମାଡ଼କାପଦର ଘାଟିରେ ଟ୍ରାକ୍ଟରଟି ଭାରମାସ୍ୟ ହରାଇ ଓଲଟି ପଡ଼ିଥିଲା। ଆହତ ଶ୍ରମିକମାନଙ୍କୁ ପ୍ରଥମେ ଗୋବିନ୍ଦପାଲି ଡାକ୍ତରଖାନା ଭର୍ତ୍ତି କରାଯାଇଥିଲା। ତେବେ ପାଞ୍ଚ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ମାଥିଲି ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ବର୍ଷା ଯୋଗୁଁ ରାସ୍ତା ଖରାପ ହୋଇଥିବାରୁ ଦୁର୍ଘଟଣା ଘଟିଥିବା କୁହାଯାଉଛି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଟ୍ରାକ୍ଟରକୁ ଜବତ କରିଛି ଓ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2N17QZ5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages