ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୯ ଛୁଇଁଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 6, 2020

ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୯ ଛୁଇଁଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯ରେ ପହଞ୍ଚିଛି।

ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର। ସେ ଜଣେ ପୁରୁଷ ଓ ତାଙ୍କୁ ୫୫ ବର୍ଷ ହୋଇଥିଲା। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ସେ ଯକ୍ଷ୍ମାରୋଗରେ ପୀଡ଼ିତ ଥିଲେ। ତା’ସହିତ ତାଙ୍କର ଆଉ କିଛି ସମସ୍ୟା ରହିଥିଲା।

ଏହା ସହିତ ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୪ରେ ପହଞ୍ଚିଛି। ଖୋର୍ଦ୍ଧାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରେ ଜଣଙ୍କ ମୃତ୍ୟୁ ହୋଇଛି।


ଅନ୍ୟପକ୍ଷରେ ଆଉ ୭୫ଟି ନୂଆ ପଜିଟିଭ୍ କେସ୍ ଆସିବା ପରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୭୧୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୧୨୯ ଜଣ ଚିକିତ୍ସାଧୀନ ଅଛନ୍ତି। ଆଉ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲେ ବି ସେମାନଙ୍କର ଏଥିପାଇଁ ପ୍ରାଣହାନୀ ହୋଇନାହିଁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଏହି ଦୁଇ ଜଣ ବାଲେଶ୍ୱର ଓ ଖୋର୍ଦ୍ଧା ଜିଲ୍ଲାର।



from Odisha Reporter https://ift.tt/2XFiD1q

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages