ରାଜ୍ୟରେ କରୋନା ନେଲା ଆଉ ଏକ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୧୧ ଛୁଇଁଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 13, 2020

ରାଜ୍ୟରେ କରୋନା ନେଲା ଆଉ ଏକ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୧୧ ଛୁଇଁଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁଣି ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ବିଭାଗ ପକ୍ଷରୁ କରାଯାଇଥିବା ଟ୍ୱିଟ୍‌ରେ କୁହାଯାଇଛି- ଜଣେ ୫୦ ବର୍ଷୀୟ କୋଭିଡ୍ ପଜିଟିଭ୍ ରୋଗୀଙ୍କ ମୃତ୍ୟୁ ଘଟିଛି। ସେ ଗଞ୍ଜାମ ଜିଲ୍ଲାର। ସେ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ।

ଏଥିରେ ଆହୁରି ମଧ୍ୟ କୁହାଯାଇଛି ଯେ ସେ ଡାଇବେଟିସ୍‌, ହାଇପରଟେନ୍‌ସନ୍‌ ଓ କିଡ୍‌ନୀ ରୋଗରେ ପୀଡ଼ିତ ଥିଲେ।


ଏହି ବ୍ୟକ୍ତିଙ୍କ ମୃତ୍ୟୁ ସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ୬ ଜଣ ହୋଇଥିବା ବେଳେ ଖୋର୍ଦ୍ଧାର ୪ ଜଣ ଓ କଟକର ଜଣେ। ଆଉ ୩ ଜଣ କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଛି। ତେବେ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନାହିଁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯ରେ ପହଞ୍ଚିଥିବା ବେଳେ ୨୫୯୪ ଜଣ ସୁସ୍ଥ ହୋଇସାରିଛନ୍ତି। ୧୩୦୧ ଜଣ ଚିକିତ୍ସାଧିନ ଅଛନ୍ତି।



from Odisha Reporter https://ift.tt/2AxYrWp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages