ପୋଡ଼ି ହୋଇ ମହିଳା ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 16, 2020

ପୋଡ଼ି ହୋଇ ମହିଳା ଗୁରୁତର

ଆନନ୍ଦପୁର (ମୁନା ସିଂହ): କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଥାନା ଅନ୍ତର୍ଗତ ଗୟଳମୁଣ୍ଡା ଗାଁରେ ଗ୍ୟାସ ଚୁଲାରୁ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ତାଙ୍କ ନାଁ ବୁଧୁନି ସିନ୍ଧୁ।

ମିଳିଥିବା ସୂଚନା ଅନୁସାରେ, ଗତକାଲି ବୁଧୁନି ଗ୍ୟାସ ଚୁଲାରେ ଲାଇଟର ଦ୍ୱାରା ଅଗ୍ନି ସଂଯୋଗ କରୁଥିବା ସମୟରେ ହଠାତ୍ ନିଆଁ ଖୁବ୍‌ ଜୋରରେ ଜଳି ଉଠିଥିଲା। ବୁଧୁନି ପିନ୍ଧିଥିବା ଲୁଗାରେ ନିଆଁ ଲାଗିଯାଇଥିଲା। ପରିବାର ଲୋକେ ତାଙ୍କୁ ପ୍ରଥମେ ଠାକୁରମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ଅସାବଧାନତା କାରଣରୁ ଏହି ଅଘଟଣ ଘଟିଲା ବୋଲି ପରିବାର ଲୋକେ କହିଛନ୍ତି।



from Odisha Reporter https://ift.tt/3ddebex

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages