ବଲାଙ୍ଗିର (ଘଟେଶ୍ୱର ମିଶ୍ର): ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ଉପରଝର ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକଙ୍କ ନାଁ ଚିତ୍ତରଂଜନ ସାହୁ। ସେ ଗତ ବର୍ଷ ବାହା ହୋଇଥିଲେ।
ଗତକାଲି ଚିତ୍ତରଂଜନ ଘରେ ଏକ ବିଦ୍ୟୁତ୍ବୋର୍ଡର ମରାମତି କରୁଥିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ତଳେ ପଡ଼ିଯାଇଥିଲେ। ଗାଁ ଲୋକଙ୍କ ସହାୟତାରେ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ବଲାଙ୍ଗିରର ଭୀମଭୋଇ ମେଡିକାଲ୍ କଲେଜ୍ ଓ ହସ୍ପିଟାଲ୍କୁ ଆଣିଥିଲେ। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
The post ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଯୁବକ ମୃତ appeared first on Odisha Reporter.
from Odisha Reporter https://ift.tt/2A98NvM
No comments:
Post a Comment