୧୨୫ ‘କରୋନା’ ଆକ୍ରାନ୍ତ ସୁସ୍ଥ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 23, 2020

୧୨୫ ‘କରୋନା’ ଆକ୍ରାନ୍ତ ସୁସ୍ଥ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପୁଣି ‘କରୋନା’ରୁ ଆରୋଗ୍ୟ ହୋଇଛନ୍ତି ୧୨୫ ଆକ୍ରାନ୍ତ। ସେଥିରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ଅଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

ଆଜି ସୁସ୍ଥ ହୋଇଥିବା ୧୨୫ ‘କରୋନା’ ଆକ୍ରାନ୍ତ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୩୩ ଜଣ ଅଛନ୍ତି। ସେହିପରି ପୁରୀରୁ ୧୭, କଟକରୁ ୧୪, ମୟୂରଭଞ୍ଜରୁ ୧୩, ଗଞ୍ଜାମରୁ ୧୦, କେନ୍ଦୁଝରରୁ ୯, ଯାଜପୁରରୁ ୮, ନୂଆପଡ଼ାରୁ ୬; କେନ୍ଦ୍ରାପଡ଼ା ଓ ଜଗତସିଂହପୁରରୁ ୪ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୩,ଲାଙ୍ଗିରିରୁ ୨ ଜଣ; କନ୍ଧମାଳ ଓ ମାଲକାନଗିରିରୁ ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟ ୩୯୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଆଜି ସୁଦ୍ଧା ରାଜ୍ୟରେ ୫୪୭୦ ଜଣ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୧୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୯୮୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୪୫୮ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୭ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

The post ୧୨୫ ‘କରୋନା’ ଆକ୍ରାନ୍ତ ସୁସ୍ଥ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ appeared first on Odisha Reporter.



from Odisha Reporter https://ift.tt/3eDufI0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages