କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁର ଗାଁରେ ଜଣେ ବ୍ୟକ୍ତି ତାଙ୍କ ପତ୍ନୀଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା କରିବା ପରେ ନିଜେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ପୁଲିସ୍ ଘଟଣାର ତଦନ୍ତ କରୁଛି।
ମୃତ ମହିଳା ଜଣଙ୍କ ହେଲେ ଘୁଙ୍ଗୁରି ମଲ୍ଲିକ। ଅଭିଯୁକ୍ତଙ୍କ ନାଁ ଝଜିନ୍ଦ୍ର ମଲ୍ଲିକ।
ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ପରେ ଘୁଙ୍ଗୁରି ରାତିରେ ଘରେ ଶୋଇଥିବା ବେଳେ ଝଜିନ୍ଦ୍ର ଏକ ଧାରୁଅ ଅସ୍ତ୍ରରେ ତାଙ୍କୁ ହାଣି ଦେଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ଝଜିନ୍ଦ୍ର ବିଷ ପିଇ ଦେଇଥିଲେ। ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
from Odisha Reporter https://ift.tt/30l4CaD
No comments:
Post a Comment