କୋଠ ଟଙ୍କା ନେଇ ଗୋଷ୍ଠୀ ସଂଘର୍ଷ; ପୁଲିସର ଲାଠି ଚାର୍ଜ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 23, 2020

କୋଠ ଟଙ୍କା ନେଇ ଗୋଷ୍ଠୀ ସଂଘର୍ଷ; ପୁଲିସର ଲାଠି ଚାର୍ଜ

ଖଲ୍ଲିକୋଟ (ସିଲୁ ବିଶ୍ୱାଳ): ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗାଁରେ କୋଠ ଟଙ୍କା ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ପାଞ୍ଚ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୁଲିସକୁ ଲାଠି ଚାର୍ଜ କରିବାକୁ ପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ରାମଚନ୍ଦ୍ରପୁର ଗାଁରେ କୋଠ ଟଙ୍କାକୁ ଦୁଇ ଗୋଷ୍ଠୀ ମଧ୍ୟରେ ପ୍ରଥମେ ବଚସା ହୋଇଥିଲା। ପରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍ ହୋଇଥିଲା। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଉପରେ ନିୟନ୍ତ୍ରଣ କରିବା ପାଇଁ ଲାଠି ଚାର୍ଜ କରିଥିଲା। ଏବେବି ଗାଁରେ ଚାପା ଉତ୍ତେଜନା ଲାଗି ରହିଛି। କୌଣସି ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ନ ହେବା ପାଇଁ ଗାଁରେ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି।

The post କୋଠ ଟଙ୍କା ନେଇ ଗୋଷ୍ଠୀ ସଂଘର୍ଷ; ପୁଲିସର ଲାଠି ଚାର୍ଜ appeared first on Odisha Reporter.



from Odisha Reporter https://ift.tt/37VJgCt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages