ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତରଖାନାରେ ଭର୍ତ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 15, 2020

ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ: ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ରାଜୀବ ଗାନ୍ଧୀ ସୁପର ସ୍ପେଶାଲିଟି ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ତାଙ୍କୁ ଜ୍ୱର ହୋଇଛି। ତା’ସହିତ ଶ୍ୱାସକ୍ରିୟାରେ ମଧ୍ୟ ସେ କଷ୍ଟ ଅନୁଭବ କରୁଛନ୍ତି। ଏ ଦୁଇଟି ଯାକ କରୋନାର ଲକ୍ଷଣ ମଧ୍ୟ ହୋଇଥିବାରୁ ତାଙ୍କର ନମୁନା ସଂଗ୍ରହ କରାଯାଇ ଟେଷ୍ଟ ପାଇଁ ପଠାଯାଇଛି। ଏବେ ତାଙ୍କୁ ହସ୍‌ପିଟାଲ୍‌ରେ ଅକ୍ସିଜେନ୍ ସର୍ପୋଟରେ ରଖାଯାଇଛି।

ସତ୍ୟେନ୍ଦ୍ର ନିଜେ ଟ୍ୱିଟ୍ କରି ତାଙ୍କ ଅସୁସ୍ଥତା ସଂପର୍କରେ ସୂଚନା ଦେଇଛନ୍ତି। ସେ ଟ୍ୱିଟ୍ କରି ଲେଖିଛନ୍ତି ଯେ ତାଙ୍କୁ ପ୍ରବଳ ଜ୍ୱର ହୋଇଛି ଓ ନିଃଶ୍ୱାସ ନେବାରେ ଅସୁବିଧା ହେଉଛି। ତେଣୁ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।


ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଟ୍ୱିଟ୍ କରି ତାଙ୍କର ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି।

ସୂଚନାଯୋଗ୍ୟ, କିଛି ଦିନ ତଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ମଧ୍ୟ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କର ବି କରୋନା ଟେଷ୍ଟ କରାଯାଇଥିଲା। ତେବେ ରିପୋର୍ଟ ନେଗେଟିଭ୍ ଆସିଥିଲା।



from Odisha Reporter https://ift.tt/2AEbplv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages