ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ବଙ୍ଗୋପସାଗରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ୧୦ ତାରିଖରୁ ରାଜ୍ୟରେ ବଡ଼ ଧରଣର ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଗଞ୍ଜାମ, ଗଜପତି, ପୁରୀ, ନବରଙ୍ଗପୁର, କୋରାପୁଟ ଏବଂ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ବ ଦକ୍ଷିଣ-ପଶ୍ଚିମ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରି ଧୀରେ ଧୀରେ ଅଗ୍ରସର ହେଉଛି। ଯଦି ଏହି ପ୍ରକ୍ରିୟା ଜାରି ରହେ, ତା’ହେଲେ ୨-୪ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିପାରେ ବୋଲି କୁହାଯାଉଛି।
from Odisha Reporter https://ift.tt/2APA6eg
No comments:
Post a Comment