ଓଲଟି ପଡ଼ିଲା ମାଙ୍କଡ଼ା ପଥର ବୋଝେଇ ଟ୍ରକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 25, 2020

ଓଲଟି ପଡ଼ିଲା ମାଙ୍କଡ଼ା ପଥର ବୋଝେଇ ଟ୍ରକ୍‌

ଯାଜପୁର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲା ଦର୍ପଣ ତହସିଲ ଅଧିନସ୍ଥ ଅଭୟପୁର ଗାଁ ନିକଟରେ ଗତକାଲି ରାତିରେ ଏକ ମାଙ୍କଡ଼ା ପଥର ବୋଝେଇ ଟ୍ରକ୍‌ ରାସ୍ତାକଡ଼କୁ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକଜଣକ ହେଲେ ଶୋଲର ଗାଁର ଶ୍ରୀକାନ୍ତ ବିଶ୍ଵାଳ। ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଓ ହେଲପର ଫେରାର ହୋଇଯାଇଛନ୍ତି।

ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତିରେ ଟ୍ରକ୍‌ରେ ମାଙ୍କଡ଼ା ପଥର ଚୋରା ଚଲାଣ କରାଯାଉଥିଲା। ଅଭୟପୁର ଗାଁ ନିକଟରେ ଭାରସାମ୍ୟ ହରାଇ ଟ୍ରକ୍‌ଟି ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଟ୍ରକ୍‌ରେ ଚାରି ଜଣ ଶ୍ରମିକ ଥିବା ବେଳେ ଟ୍ରକ୍‌ ତଳେ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ତିନି ଜଣ ଶ୍ରମିକଙ୍କର କିଛି ହୋଇ ନାହିଁ। ବୈରି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ ଶ୍ରମିକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ପୁଲିସ୍ ଟ୍ରକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

The post ଓଲଟି ପଡ଼ିଲା ମାଙ୍କଡ଼ା ପଥର ବୋଝେଇ ଟ୍ରକ୍‌ appeared first on Odisha Reporter.



from Odisha Reporter https://ift.tt/3812YNv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages