ଆହୁରି ୫ଦିନ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 23, 2020

ଆହୁରି ୫ଦିନ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାସହ ମୌସୁମୀ ସକ୍ରିୟ ହେବା ପରେ ଉତ୍ତର ପଞ୍ଜାବଠୁ ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ଟ୍ରପ୍ ଲାଇନ୍‌ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି ଯେ, କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୨୦ଟି ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି। ସେହିପରି ୬ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ଓ ୪ଟି ଜିଲ୍ଲାରେ ବର୍ଷାର ପରିମାଣ କମ୍ ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍. ବିଶ୍ୱାସ ସୂଚନା ଦେଇଛନ୍ତି।

ଏଥର ଜୁନ୍ ୧ରୁ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ୱାଭାବିକଠାରୁ ୩୯ ପ୍ରତିଶତ ଅଧିକ ବର୍ଷା ହୋଇଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି

The post ଆହୁରି ୫ଦିନ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/31h6zpn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages