କଟକ ସହରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 15, 2020

କଟକ ସହରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି କଟକ ଜିଲ୍ଲାର। ଆଉ ସେହି ବ୍ୟକ୍ତି ଜଣଙ୍କ କଟକ ସହରର ବୋଲି କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି।

ସିଏମ୍‌ସି ପକ୍ଷରୁ ଟ୍ୱିଟ୍ କରି କୁହାଯାଇଛି ଯେ ଏହି କରୋନା ଆକ୍ରାନ୍ତ ଜଣଙ୍କ ପୁରୁଷ। ତାଙ୍କ ବୟସ ୫୫ ବର୍ଷ। ସେ ମହାନଦୀ ବିହାରର ଅଞ୍ଚଳର। ତାଙ୍କର ଟ୍ରାଭେଲ୍ ହିଷ୍ଟ୍ରୀ ରହିଛି। ସେ ନିକଟରେ ଦିଲ୍ଲୀରୁ ଫେରିଥିଲେ ଓ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଥିଲେ।

ଏହାକୁ ମିଶାଇ କଟକ ମହାନଗର ନିଗମ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୭ ଜଣ ସୁସ୍ଥ ହୋଇସାରିଥିବା ବେଳେ ୮ ଜଣ ଚିକିତ୍ସାଧୀନ ଅଛନ୍ତି।

କଟକ ଜିଲ୍ଲାରେ ଏଯାବତ ୩୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୫ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୧୭୭ ଜଣ ଚିକିତ୍ସାଧୀନ ଅଛନ୍ତି। ଜଣଙ୍କର ମୃତ୍ୟୁ ଘଟିଛି।


ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨୮୫୪ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୨୯୫ ଜଣ ଚିକିତ୍ସାଧୀନ ରହିଛନ୍ତି। ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ୩ କରୋନା ଆକ୍ରାନ୍ତଙ୍କର ଅନ୍ୟାନ୍ୟ କାରଣରୁ ମୃତ୍ୟୁ ଘଟିଛି।



from Odisha Reporter https://ift.tt/2C6gB1L

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages