ରାଜଧାନୀରେ ରାଜମିସ୍ତ୍ରୀଙ୍କୁ ହତ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 11, 2020

ରାଜଧାନୀରେ ରାଜମିସ୍ତ୍ରୀଙ୍କୁ ହତ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରସ୍ଥିତ ଚନ୍ଦ୍ରଶେଖରପୁର କଲ୍ୟାଣ ମଣ୍ଡପ ପଛପଟ ବସ୍ତିରେ ଜଣେ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତିଜଣଙ୍କ ହେଲେ ଦୀପକ। ସେ ରାଜମିସ୍ତ୍ରୀ ଭାବେ କାମ କରୁଥିଲେ। ଏହି ଘଟଣାରେ ପୁଲିସ ଅଭିଯୁକ୍ତ ସନାତନ ମୁଣ୍ଡାଙ୍କୁ ଗିରଫ କରିଛି।

ଗତକାଲି ବିଳମ୍ବିତ ରାତିରେ ଦୀପକ ନିଜ ଘର ସାମ୍ନାରେ ବସିଥିବା ବେଳେ ସନାତନ ସେଠାରେ ପହଞ୍ଚିଥିଲେ। ଏହାପରେ କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା।  ଏଥିରେ  ଉତ୍ତ୍ୟକ୍ତ ହୋଇ ପଡ଼ିଥିବା ସନାତନ ଏକ କାଠଫାଳିଆରେ ତାଙ୍କୁ ପିଟି ପିଟି ହତ୍ୟା କରିଥିଲେ। ପୂର୍ବ ଶତ୍ରୁତା କାରଣରୁ ଏହି ହତ୍ୟାକାଣ୍ଡ ଘଟିଥାଇପାରେ ବୋଲି ସନ୍ଦେହ କରାଯାଉଛି। ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି।  ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2BTZmAF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages