ପୁଲିସ୍‌ ହାବିଲଦାରଙ୍କୁ କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 12, 2020

ପୁଲିସ୍‌ ହାବିଲଦାରଙ୍କୁ କରୋନା

ମାଲକାନଗିରି (ଜିତେନ୍ଦ୍ର ବେଉରା): ରାଜ୍ୟରେ ଆଉ ୧୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ ଜଣ ମାଲକାନଗିରି ଜିଲ୍ଲାର। ଆଉ ଏହି ୩ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ପୁଲିସ୍ ହାବିଲଦାର ଅଛନ୍ତି। ମାଲକାନଗିରି ଏସ୍‌ପି ଏହି ସୂଚନା ଦେଇଛନ୍ତି।

ଏସ୍‌ପି କହିଛନ୍ତି, ଏହି ହାବିଲଦାର ଜଣଙ୍କ ମୋଟୁ ବର୍ଡର ଚେକ୍ ପୋଷ୍ଟରେ କାର୍ଯ୍ୟରତ ଥିଲେ। ସେ କରୋନା ପଜିଟିଭ ଚିହ୍ନଟ ହେବା ପରେ ମୋଟୁ ଥାନା ଆଇଆଇସିଙ୍କ ସମେତ ସବୁ ଷ୍ଟାଫଙ୍କୁ କ୍ୱାରେଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ମୋଟୁ ଥାନା ପରିସରକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ସେହିପରି ଉକ୍ତ ହାବିଲଦାରଙ୍କ ସଂସ୍ପର୍ଶରେ ଆଉ କିଏ କିଏ ଆସିଛନ୍ତି, ତାହା ଜାଣିବା ପାଇଁ କଣ୍ଟାକ୍ଟ ଟ୍ରେସିଂ କରାଯାଉଛି।

ସୂଚନାଯୋଗ୍ୟ୍ୟ, ରାଜ୍ୟରେ ଆଜି ସୁଦ୍ଧା ୩୪୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରିରୁ ୨୫ ଜଣ ଅଛନ୍ତି। ସେମାନଙ୍କ ମଧ୍ୟରୁ ୨୧ଜଣ ସୁସ୍ଥ ହୋଇଥିବା ବେଳେ ୪ ଜଣ ଚିକିତ୍ସାଧୀନ ଅଛନ୍ତି।



from Odisha Reporter https://ift.tt/2XTQP9D

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages