ଆଜିଠୁ ବର୍ଷିବ, କାଲି ୮ ଜିଲ୍ଲାରେ କାଚିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 9, 2020

ଆଜିଠୁ ବର୍ଷିବ, କାଲି ୮ ଜିଲ୍ଲାରେ କାଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଆଜି ଦକ୍ଷିଣ ଓଡ଼ିଶା ଓ ଆସନ୍ତାକାଲି ସାରା ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। କାଲିଠାରୁ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବ। ସେଥିପାଇଁ ଏହି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ୧୩ ତାରିଖରୁ ବର୍ଷାର ପରିମାଣ କମିବ।

ଏପଟେ ଆସନ୍ତାକାଲିଠୁ ୧୨ ତାରିଖ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ। ଟ୍ୱିଟ୍‌ କରି ଏହି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟଳୟ। ମୌସୁମୀ ୧୧ରୁ ୧୨ ତାରିଖ ଭିତରେ ଆସିବ ଓ ୧୭ ତାରିଖ ବେଳକୁ ସମଗ୍ର ଓଡ଼ିଶା ଛୁଇଁବ ବୋଲି ଆଶା କରାଯାଉଛି।

ଗତ କିଛି ହେଲା ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ଏହି ବର୍ଷାରେ ରାଜଧାନୀ ଭୁବନେଶ୍ୱର ସମେତ ଉତ୍ତର ଓଡ଼ିଶା ଭିଜିଛି। ଆଜି ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି।



from Odisha Reporter https://ift.tt/3dVszcU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages