ପହଞ୍ଚିଲା ମୌସୁମୀ, ଭିଜିଲା ଓଡ଼ିଶା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 11, 2020

ପହଞ୍ଚିଲା ମୌସୁମୀ, ଭିଜିଲା ଓଡ଼ିଶା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି।  ଗତକାଲି ମାଲକାନାଗିରି ଓ କୋରାପୁଟ ଜିଲ୍ଲାକୁ ମୌସୁମୀ ସମ୍ପୂର୍ଣ୍ଣ ଛୁଇଁଥିବା ବେଳେ ନବରଙ୍ଗପୁର, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାକୁ ଆଂଶିକ ଭାବେ ପହଞ୍ଚିଥିଲା । ମୌସୁମୀ ପ୍ରଭାବରେ ଏହି ସବୁ ଜିଲ୍ଲାରେ ବର୍ଷା ହୋଇଛି । ଉପକୂଳ ଅଞ୍ଚଳରେ ମଧ୍ୟ ବହୁ ସ୍ଥାନରେ ବର୍ଷା ହୋଇଛି । ଆଜି ପାଇଁ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶା ଲାଗି ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

ମୌସୁମୀ ପହଞ୍ଚିବା ସହିତ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଛି । ସାରା ରାଜ୍ୟରେ ମୌସୁମୀ ପହଞ୍ଚିବାରେ ଏହି ଲଘୁଚାପ ସାହାଯ୍ୟ କରିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।



from Odisha Reporter https://ift.tt/2UzmGdJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages