ଘର ଉପରକୁ ମାଡ଼ିଗଲା ଟ୍ରକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 19, 2020

ଘର ଉପରକୁ ମାଡ଼ିଗଲା ଟ୍ରକ୍‌

ଭବାନୀପାଟଣା(ରାଜକୁମାର ସିଂଦେଓ): କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଅନ୍ତର୍ଗତ ଅଁଳା ପାଳି ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଏକ ଘର ଉପରକୁ ଏକ ଟ୍ରକ୍‌ ମାଡ଼ି ଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ  ତୁଳସୀ ପସାୟତ।

ଆଜି ସକାଳ ପ୍ରାୟ ସାଢ଼େ ୮ଟା ବେଳେ ଏହି ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଗୋପାଳପୁରରୁ ରାୟପୁର ଅଭିମୁଖେ ଯାଉଥିଲା। ତେବେ ଅଁଳାପାଳି ଗାଁ ନିକଟରେ ଟ୍ରକ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଘର ଉପରକୁ ମାଡ଼ି ଯାଇଥିଲା। ଫଳରେ ଘର ଭିତରେ ଥିବା ମହିଳାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଏହାପରେ ଉତ୍ତ୍ୟକ୍ତ ଲୋକେ ଡ୍ରାଇଭରଙ୍କୁ କାବୁ କରି ମାଡ଼ ମାରିଥିଲେ।

ଖବର ପାଇ ମଦନପୁର ରାମପୁର ପୁଲିସ୍‌ ପହଞ୍ଚି ଡ୍ରାଇଭରଙ୍କୁ ଉଦ୍ଧାର କରିଛି।  ତେବେ ମୃତକଙ୍କ ପରିବାରକୁ କ୍ଷତି ପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି। ପୁଲିସ୍‌ ଲୋକଙ୍କୁ ବୁଝାସୁଝା କରୁଛି। ଏହାସହ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରି  ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/3dmx6Uh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages