ଉମରକୋଟର ଦୁଇଟି ଗାଁ କଣ୍ଟେନମେଣ୍ଟ ଜୋନ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 20, 2020

ଉମରକୋଟର ଦୁଇଟି ଗାଁ କଣ୍ଟେନମେଣ୍ଟ ଜୋନ୍‌

ଉମରକୋଟ (କାର୍ତ୍ତିକ ମଲ୍ଲିକ): ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ୍‌ର କାରାଗାଁ ମାଝିସାହି ଓ ଭଣ୍ଡାରୀଗୁଡ଼ା ଟିଏମ୍‌ସିକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ଗତକାଲିଠୁ ଆସନ୍ତା ୨୭ ତାରିଖ ଯାଏ ଏହି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଜିଲ୍ଲାପାଳ ଘୋଷଣା କରିଛନ୍ତି। ଉକ୍ତ ଅଞ୍ଚଳରୁ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ପରେ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି।

ନବରଙ୍ଗପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା୧୩ରେ ପହଞ୍ଚିଛି। ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୬ ଛୁଇଁଲାଣି। ସେମାନଙ୍କ ଭିତରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୫୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୧୩୦୬ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। କରୋନାରେ ଆକ୍ରାନ୍ତ ହୋଇଥିବା ଆଉ ୪ ଜଣ ବ୍ୟକ୍ତିଙ୍କର ମଧ୍ୟ ମୃତ୍ୟୁ ଘଟିଛି। ତେବେ ସେମାନଙ୍କର କରୋନା ଯୋଗୁ ମୃତ୍ୟୁ ଘଟି ନାହିଁ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।

 



from Odisha Reporter https://ift.tt/2BnfYAO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages