୧୧ ସୁଦ୍ଧା ଓଡ଼ିଶା ଛୁଇଁବ ମୌସୁମୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 8, 2020

୧୧ ସୁଦ୍ଧା ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଚଳିତ ମାସ ୧୧ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍. ବିଶ୍ୱାସ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇସାରିଥିବାରୁ ମୌସୁମୀ ପାଇଁ ଅନୁକୂଳ ପାଗ ହୋଇଛି। ଖୁବ୍‌ ଶୀଘ୍ର ମୌସୁମୀ ବାୟୁ ଦେଶର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ପହଞ୍ଚିବାର ସମ୍ଭାବନା ଅଛି। ତା’ ପରେ ପରେ ଓଡ଼ିଶାରେ ମୌସୁମୀ ପହଞ୍ଚିଯିବ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ପ୍ରାୟ ସବୁ ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ଯାଜପୁର ଜିଲ୍ଲାରେ ସର୍ବାଧିକ ୮୧.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।



from Odisha Reporter https://ift.tt/2XMUru6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages