ମହୁଲ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 14, 2020

ମହୁଲ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବୀରମିତ୍ରପୁର (ରାକେଶ ସାହୁ): ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ଲାସେ ଗାଁ ନିକଟସ୍ଥ ଏକ ମହୁଲ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ସଞ୍ଜୟ କିସ୍ପୋଟ୍ଟା। ତାଙ୍କୁ ୩୨ ବର୍ଷ ହୋଇଥିଲା।

ମିଳିଥିବା ସୂଚନା ଅନୁସାରେ, ଆଜି ଭୋର୍ ପ୍ରାୟ ଚାରିଟା ସମୟରେ ସଞ୍ଜୟ ଶୌଚ ହେବା ପାଇଁ ନାଳକୁ ଯାଇଥିଲେ। ତେବେ ଆଉ ଘରକୁ ଫେରି ନଥିଲେ। ତାଙ୍କ ମୃତଦେହ ଗାଁ ନିକଟରେ ଥିବା ମହୁଲ ଗଛରେ ଝୁଲୁଥିବା କିଛି ଗ୍ରାମବାସୀ ଦେଖିଥିଲେ। ଏନେଇ ସେମାନେ ତାଙ୍କ ପରିବାର ଲୋକ ଓ ପୁଲିସକୁ ଖବର ଦେଇଥିଲେ।

ପୁଲିସ ଘଟଣାସ୍ଥଳରେ ପହଞ୍ଚି ଗାଁ ଲୋକଙ୍କ ସହାୟତାରେ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ତେବେ ସଞ୍ଜୟଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି, ତାହା ସ୍ପଷ୍ଟ ହୋଇ ନାହିଁ।

ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣାର ସତ୍ୟାସତ୍ୟ ଜଣାପଡ଼ିବ ବୋଲି ପୁଲିସ୍ କହିଛି।



from Odisha Reporter https://ift.tt/30JjZKy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages