୧୩ ଜିଲ୍ଲାରୁ ଚିହ୍ନଟ ହେଲେ ୯୦ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 3, 2020

୧୩ ଜିଲ୍ଲାରୁ ଚିହ୍ନଟ ହେଲେ ୯୦ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ରାଜ୍ୟରେ ୧୩ ଜିଲ୍ଲାରୁ ଆଉ ୯୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍  ଆକ୍ରାନ୍ତ ସଂଖ୍ୟା ୨୪୭୮କୁ ବୃଦ୍ଧି ପାଇଥିବା  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ  ସୂଚନା ଦିଆଯାଇଛି।

ନୂତନ ଭାବେ ଚିହ୍ନଟ ୯୦ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ଗଞ୍ଜାମରୁ ୨୨ଜଣ, ଢେଙ୍କାନାଳରୁ ୧୦, ଭଦ୍ରକରୁ ୯ ଓ ନୟାଗଡ଼ରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ସୁନ୍ଦରଗଡ଼ ଓ କଟକ ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀରୁ ୨ ଜଣ ପଜିଟିଭ  ଚିହ୍ନଟ ହୋଇଛନ୍ତି।  ଏହାବ୍ୟତୀତ ବରଗଡ଼,ସମ୍ବଲପୁର, ଅନୁଗୁଳ, ବାଲେଶ୍ୱର ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ୯୦ ଆକ୍ରାନ୍ତଙ୍କ ମଧ୍ୟରୁ ୭୯ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ। ଅନ୍ୟ ୧୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାଯାଇଛି। ଏବେ ସମୁଦାୟ ଆକ୍ଟିଭ କେସ୍‌ ୧୦୫୩ ଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୪୧୬ ଜଣ। ଏହାବ୍ୟତୀତ କରୋନା ଯୋଗୁ ୭ ଜଣଙ୍କ ମୃତ୍ୟୁ ହୋଇଛି।

 



from Odisha Reporter https://ift.tt/2U5ZK5i

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages