ଆଜିଠୁ ଚତୁର୍ଦ୍ଧାବିଗ୍ରହଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଓଷୁଅ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 11, 2020

ଆଜିଠୁ ଚତୁର୍ଦ୍ଧାବିଗ୍ରହଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଓଷୁଅ

ପୁରୀ (ଓଡ଼ିଶା ରିପୋର୍ଟର): ୧୦୮  ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଏବେ ଅଣସର ଘରେ ଜ୍ୱରରେ ପୀଡିତ ଅଛନ୍ତି ମହାପ୍ରଭୁ। ଶ୍ରୀଜିଉଙ୍କ ଜ୍ୱର ଉପଶମ ପାଇଁ ଶ୍ରୀମନ୍ଦିରରେ ଗୁପ୍ତ ସେବା ଜାରି ରହିଛି। ଅଣସର ଘରେ ଅବସ୍ଥାନ କରିଥିବା ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଗତକାଲି ଫୁଲୁରୀ ତେଲ ଲାଗି ପରେ ସାମାନ୍ୟ ସୁସ୍ଥ ହୋଇଛନ୍ତି ମହାପ୍ରଭୁ। ଆଜିଠୁ ବିଭିନ୍ନ ଔଷଧୀୟ ଉପଚାର ଲାଗୁ କରାଯିବ। ଆଜି ମଧ୍ୟାହ୍ନ ଧୂପ ପରେ ଅଣସର ଶୁଦ୍ଧସୁଆରମାନେ ପ୍ରସ୍ତୁତ କରିଥିବା ଝୁଣା, ତେଲ ଓ ବିଭିନ୍ନ ଚେର ମୂଳିରେ ପ୍ରସ୍ତୁତ ଔଷଧକୁ ଦଇତାପତି ସେବକମାନେ ଶ୍ରୀଜିଉଙ୍କ ଶ୍ରୀଅଙ୍ଗରେ ଲଗାଇବେ।ଆଜିଠୁ ତିନିଦିନ ଧରି ମହାପ୍ରଭୁଙ୍କୁ ଓଷୁଅ ଲାଗି କରାଯିବ।

ଅନ୍ୟପକ୍ଷରେ ରଥଖଳାରେ ରଥର୍ନିମାଣ କାମ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ବର୍ତ୍ତମାନ ତିନି ରଥର ଉପରି ଭାଗର କାମ ଜାରି ରହିଥିବା ବେଳେ ପ୍ରତ୍ୟକ ରଥର ତିନୋଟି ଭୂଇଁ ଟୁଙ୍ଗୁରା ସରିଛି। ତିନିରଥର ଖପୁରି ଓ ପୋଟଳ କାମ ଶେଷ ହୋଇଥିବା ବେଳେ ବର୍ତ୍ତମାନ କଇଁଚି,କଳସ କାମ ଓ ପଟା ପଡ଼ିବା ପାଇଁ ତାଗ ବାଡ଼ିଆ କାମ ଚାଲିଛି।



from Odisha Reporter https://ift.tt/3hes4MR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages