ମୋହନା(ମିହିର ଯତି): ଗଜପତି ଜିଲ୍ଲା ଅଡ଼ବା ଥାନା ଅନ୍ତର୍ଗତ ଖ୍ରୀଷ୍ଟପୁର ଗାଁ ନିକଟରେ ‘ଗାନ୍ଧୀ’ ନାମକ ଏକ ଘରୋଇ ବସ୍ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିବାରୁ ୧୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ଗତକାଲି ରାତି ପ୍ରାୟ ସାଢ଼େ ୧୨ଟା ବେଳେ ଏହି ଦୁର୍ଘଟଣା ଘଟିଛି। ବସ୍ଟି ରାୟଗଡ଼ାରୁ କଟକ ଅଭିମୁଖେ ଯାଉଥିଲା। ଏହି ସମୟରେ ଖ୍ରୀଷ୍ଟପୁର ଗାଁ ନିକଟରେ ସାମ୍ନା ପଟରୁ ଏକ ଟ୍ରକ ଆସିବାରୁ ବସ୍ଟି ଭାରସାମ୍ୟ ହରାଇ ରାସ୍ତାର ଡାହାଣ ପଟକୁ ଓଲଟି ପଡିଥିଲା। ବସ୍ରେ ୪୦ ଜଣ ଯାତ୍ରୀ ଥିଲେ। ଖବର ପାଇ ଅଡବା ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଆହତମାନକୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଛି। ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।
from Odisha Reporter https://ift.tt/2YPRZlO
No comments:
Post a Comment