ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୧୦ ଛୁଇଁଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 11, 2020

ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୧୦ ଛୁଇଁଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦ରେ ପହଞ୍ଚିଛି।

୧୦ ନମ୍ବର କରୋନା ମୃତକ ଗଞ୍ଜାମ ଜିଲ୍ଲାର। ତାଙ୍କୁ ୫୫ ବର୍ଷ ହୋଇଥିଲା। ଏହା ସହିତ ଗଞ୍ଜାମ ଜିଲ୍ଲା କରୋନା ମୃତକଙ୍କ ସଂଖ୍ୟା ୫ରେ ପହଞ୍ଚି ଯାଇଛି। ଜିଲ୍ଲାରେ ଏଯାବତ ୬୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୧୫ ଜଣ ସୁସ୍ଥ ହୋଇସାରିଛନ୍ତି। ବାକି ୧୩୮ ଜଣ ଚିକିତ୍ସାଧୀନ ଅଛନ୍ତି।

କରୋନାରେ ପ୍ରାଣ ହରାଇଥିବା ଅନ୍ୟ ୫ ଜଣ ଖୋର୍ଦ୍ଧା ଓ କଟକ ଜିଲ୍ଲାର। ଖୋର୍ଦ୍ଧାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରେ ଜଣଙ୍କର ମୃତ୍ୟୁ ଘଟିଛି।

ଖୋର୍ଦ୍ଧାରେ ଆଉ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କିନ୍ତୁ ସେମାନେ କରୋନାରେ ସଂକ୍ରମିତ ହେବା ଯୋଗୁ ପ୍ରାଣ ହରାଇ ନଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ବାଲେଶ୍ୱରରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲେ ସୁଦ୍ଧା ତାଙ୍କ କ୍ଷେତ୍ରରେ ମଧ୍ୟ ସେହି ସମାନ କଥା କୁହାଯାଇଛି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୯୮ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୨,୩୫୪ ଜଣ ସୁସ୍ଥ ହୋଇସାରିଛନ୍ତି। ୧,୧୩୧ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।



from Odisha Reporter https://ift.tt/3cWuFrB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages