ଚିହ୍ନଟ ହେଲେ ୧୩୬ କରୋନା ଆକ୍ରାନ୍ତ, ସଂଖ୍ୟା ଛୁଇଁଲା ୩୩୮୬ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 10, 2020

ଚିହ୍ନଟ ହେଲେ ୧୩୬ କରୋନା ଆକ୍ରାନ୍ତ, ସଂଖ୍ୟା ଛୁଇଁଲା ୩୩୮୬

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬ରେ ପହଞ୍ଚି ଯାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୧୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ୧୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ଲୋକାଲ କେସ୍‌।

ରାଜ୍ୟରେ ମୋଟ ୩୩୮୬ଙ୍କ ମଧ୍ୟରୁ ୨୨୮୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୯୨  ଜଣ ଚିକିତ୍ସାଧୀନ ଅଛନ୍ତି। ୯ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ୨ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିଲେ ସୁଦ୍ଧା କରୋନା ଏହାର କାରଣ ନୁହେଁ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।

ନୂଆ ୧୩୬ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦୁଝରରୁ ୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଝାରସୁଗୁଡ଼ାରୁ ୪, ଖୋର୍ଦ୍ଧାରୁ ୧୭, ଢେଙ୍କାନାଳରୁ ୩, କଟକରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ କେନ୍ଦ୍ରାପଡ଼ାରୁ ଜଣେ, ନୂଆପଡ଼ାରୁ ୨, ଗଜପତିରୁ ୭, କନ୍ଧମାଳରୁ ୧୫, କଳାହାଣ୍ଡିରୁ ୨, ଗଞ୍ଜାମରୁ ୩, ପୁରୀରୁ ୩, ମୟୂରଭଞ୍ଜରୁ ୯, ସମ୍ବଲପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଓଡ୍ରାଫ, ଏନଡିଆରଏଫ, ଓ ଅଗ୍ନିଶମ ବିଭାଗର ୫୪ ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।



from Odisha Reporter https://ift.tt/2BWYBHd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages