ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଜଣାଇଲେ ରଜ ଶୁଭେଚ୍ଛା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 14, 2020

ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଜଣାଇଲେ ରଜ ଶୁଭେଚ୍ଛା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଉଭୟେ ଟ୍ୱିଟ୍‌ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଉଭୟ ଓଡ଼ିଆ ଓ ଇଂରାଜୀରେ ଟ୍ୱିଟ୍ କରିଛନ୍ତି। ସେ ଲେଖିଛନ୍ତି- ବିଶେଷ ଉତ୍ସବ ‘ରଜ ପର୍ବ’ ଅବସରରେ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା। ଏହି ଅବସର ଆମ ସମାଜରେ ଆନନ୍ଦ ଓ ଭାତୃତ୍ୱକୁ ଆହୁରି ଦୃଢ଼ କରୁ। ରାଜ୍ୟବାସୀଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଉତ୍ତୋରତ୍ତର ଉନ୍ନତି କାମନା କରୁଛି।


ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲେଖିଛନ୍ତି- ‘ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ। ପ୍ରକୃତି, ଧରିତ୍ରୀ ଓ ନାରୀକୁ ପୂଜିବାର ବା ସମ୍ମାନ ଜଣାଇବାର ଏହା ହେଉଛି ଆମର ଅନନ୍ୟ ପରମ୍ପରା। ଆସନ୍ତୁ, କୋଭିଡ-୧୯ର ସମସ୍ତ ନିୟମକୁ ମାନି ଘରେ ରହି ଏଥର ରଜ ପର୍ବକୁ ସ୍ୱତନ୍ତ୍ର କରିବା।’


କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟ୍ୱିଟ୍ କରି ରଜପର୍ବ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି। ସେ ଟ୍ୱିଟ୍ କରି ଲେଖିଛନ୍ତି- ଓଡ଼ିଶାର ସଂସ୍କୃତି, କୃଷି ଅର୍ଥନୀତି ଓ ଯୁବପିଢ଼ି ସହ ଜଡ଼ିତ ଓଡ଼ିଶାର ପାରମ୍ପରିକ ଓ ଗଣପର୍ଵ ରଜ ପର୍ବ ଅବସରରେ ଶୁଭକାମନା।


ବିଜେପିର ରାଷ୍ଟ୍ରୀୟ ଉପ-ସଭାପତି ବୈଜୟନ୍ତ ପଣ୍ଡା ମଧ୍ୟ ଟ୍ୱିଟ୍ କରି ସମସ୍ତଙ୍କୁ ରଜପର୍ବ ପାଇଁ ଅଭିନନ୍ଦନ ଜଣାଇଛନ୍ତି।



from Odisha Reporter https://ift.tt/3flLAFt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages