ଚିହ୍ନଟ ହେଲେ ୧୭୯ କରୋନା ଆକ୍ରାନ୍ତ; ଗଞ୍ଜାମରୁ ପୁଣି ସର୍ବାଧିକ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 19, 2020

ଚିହ୍ନଟ ହେଲେ ୧୭୯ କରୋନା ଆକ୍ରାନ୍ତ; ଗଞ୍ଜାମରୁ ପୁଣି ସର୍ବାଧିକ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୧୫ ଜିଲ୍ଲାରୁ ନୂଆ ୧୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ  ୧୫୦ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରୁ ଓ ୨୯ ଲୋକାଲ କେସ୍‌ ବୋଲି ଜଣାଯାଇଛି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗଞ୍ଜାମରୁ ସର୍ବାଧିକ ୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଗତ ୨ ଦିନ ଧରି ମଧ୍ୟ ଏହି ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗତକାଲି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗତ ଗୁରୁବାର ଏହି ଜିଲ୍ଲାରୁ ସର୍ବାଧିକ ୫୬ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାବ୍ୟତୀତ ପଶ୍ଚିମବଙ୍ଗରୁ ଅମ୍ଫାନ ଡ୍ୟୁଟି ସାରି ଫେରିଥିବା ଉଦ୍ଧାରକାରୀ ଦଳରୁ ୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୬ରେ ପହଞ୍ଚିଥିବା ବେଳେ ୩୨୯୭ ଜଣ ସୁସ୍ଥ ହୋଇ ସାରିଛନ୍ତି। ସେମାନଙ୍କ ବ୍ୟତୀତ ୧୫୪୩ଜଣ ଏବେ ରାଜ୍ୟର ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି।



from Odisha Reporter https://ift.tt/3diSeer

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages