ଆଜି ରାଜ୍ୟ କ୍ୟାବିନେଟ ବୈଠକ, ରଥଯାତ୍ରା ନେଇ ହୋଇପାରେ ନିଷ୍ପତ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 17, 2020

ଆଜି ରାଜ୍ୟ କ୍ୟାବିନେଟ ବୈଠକ, ରଥଯାତ୍ରା ନେଇ ହୋଇପାରେ ନିଷ୍ପତ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ରାତି ୭ଟା ୪୫ରୁ ୮ଟା ମଧ୍ୟରେ ବସିବାକୁ ଥିବା ଏହି ବୈଠକରେ ରଥଯାତ୍ରା ସଂପର୍କରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ଚଳିତ ବର୍ଷ ରଥଯାତ୍ରା ହେବ କି ନାହିଁ ସେନେଇ ଏହି ବୈଠକରେ ଆଲୋଚନା ପରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରେ।

ଆସନ୍ତା ୨୩ ତାରିଖରେ ରଥଯାତ୍ରା ଥିବାରୁ ସରକାରଙ୍କ ହାତରେ ଆଉ କମ୍ ସମୟ ରହିଛି। ରଥଯାତ୍ରା ନେଇ ଅନିଶ୍ଚିତତା ଲାଗି ରହିଛି। ଗୋଟିଏ ପଟେ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ ରଥଯାତ୍ରା ପାଇଁ ପ୍ରସ୍ତୁତ ଥିବା ବେଳେ କରୋନା କଟକଣାକୁ ନେଇ ସରକାର ଏଯାଏ କୌଣସି ନିଷ୍ପତ୍ତି ନେଇନାହାନ୍ତି। ଏହାରି ଭିତରେ ରଥଯାତ୍ରା ବନ୍ଦ ଲାଗି ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ଦାଖଲ ପିଟିସନ୍ ଉପରେ ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି।

ଖୋଦ୍ ପ୍ରଧାନବିଚାରପତି ଏସ୍.ଏ. ବୋବଡ଼େଙ୍କ ନେତୃତ୍ୱାଧୀନ ୩ଜଣିଆ ଖଣ୍ଡପୀଠ ଏହାର ଶୁଣାଣି କରିବେ। କୋର୍ଟଙ୍କ ରାୟ ଯାହା ଆସିବ, ସେ ସଂପର୍କରେ  ସନ୍ଧ୍ୟାରେ ବସିବାକୁ ଥିବା କ୍ୟାବିନେଟ ବୈଠକରେ ଆଲୋଚନା ହୋଇପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି।



from Odisha Reporter https://ift.tt/2ABlrnz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages