ଗଛରେ ପିଟିହେଲା ତେଲ ଟ୍ୟାଙ୍କର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 14, 2020

ଗଛରେ ପିଟିହେଲା ତେଲ ଟ୍ୟାଙ୍କର

ଟିଟିଲାଗଡ଼ (ମାନସ ରଞ୍ଜନ ମହାନ୍ତି): ବଲାଙ୍ଗିର ଜିଲ୍ଲା ପିପୃଟ ଗାଁ ନିକଟରେ ୨୬ ନମ୍ବର ଜାତୀୟ ରାଜପଥରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ତେଲ ଟ୍ୟାଙ୍କର ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି।

ମୃତ ବ୍ୟକ୍ତି ଜଣଙ୍କ ହେଲେ ଗାଡ଼ିର ହେଲପର ବସନ୍ତ କୁମାର ମାଝୀ। ତାଙ୍କୁ ୨୦ ବର୍ଷ ହୋଇଥିଲା। ଡ୍ରାଇଭର ପ୍ରଦୀପ ବାରିକଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ଭୋର ପ୍ରାୟ ୫ଟା ସମୟରେ ତେଲ ଟ୍ୟାଙ୍କରଟି ମାଲକାନଗିରିରୁ ପେଟ୍ରୋଲ ଡେଲିଭରି କରି ସମ୍ବଲପୁର ଫେରୁଥିଲା। ଏହି ସମୟରେ ପିପୃଟ ଗାଁ ନିକଟରେ ଥିବା ଏକ ଗଛରେ ଟ୍ୟାଙ୍କରଟି ଭାରସାମ୍ୟ ହରାଇ ପିଟି ହୋଇଯାଇଥିଲା।

ସଇଁତଳା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା ବେଳେ ପ୍ରଦୀପଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଏହାସହ ପୁଲିସ ଗାଡ଼ିକୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/3e2wapB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages