ଆଜି ବର୍ଷିବ, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 7, 2020

ଆଜି ବର୍ଷିବ, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା କିଛି ଘଣ୍ଟା ମଧ୍ୟରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ। ଏହା ପଶ୍ଚିମ, ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଉଭୟ ଘୁର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଆଜି ସକାଳ ୮ଟା ୩୦ ସୁଦ୍ଧା ଓଡ଼ିଶାର ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ।

ବିଶେଷ କରି ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୟେଲ୍ଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଉଛି କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଦେବଗଡ଼ ଓ ସମ୍ବଲପୁର।

ସେହିଭଳି ଝାରସୁଗୁଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ବରଗଡ଼, ଢେଙ୍କାନାଳ, ନୟାଗଡ଼ ଓ ବଲାଙ୍ଗିର ଜିଲ୍ଲାକୁ ବି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।  ଏସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହୋଇପାରେ।

ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପହଞ୍ଚିବା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଦେଇଛି।

 

 

 

 



from Odisha Reporter https://ift.tt/2ANJ6ke

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages