ଦିଲ୍ଲୀ ଉପରାଜ୍ୟପାଳଙ୍କ ଅଫିସ୍‌ର ୧୩ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 2, 2020

ଦିଲ୍ଲୀ ଉପରାଜ୍ୟପାଳଙ୍କ ଅଫିସ୍‌ର ୧୩ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ: ଦିଲ୍ଲୀ ଉପରାଜ୍ୟପାଳ ଅନୀଲ ବୈଜଲଙ୍କ ଅଫିସ୍‌ର ୧୩ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ଆଜି ସକାଳେ ଏହି ସୂଚନା ମିଳିଛି।

ସାରା ଦେଶ ଭଳି ଦିଲ୍ଲୀରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ପାର୍ ହୋଇସାରିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦,୮୩୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫୨୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଗତକାଲି ଜାରି କରାଯାଇଥିବା ବୁଲେଟିନ୍ ଅନୁଯାୟୀ, ଏବେ ଏଠାରେ ୧୧,୫୬୫ଟି କେସ୍ ଆକ୍ଟିଭ୍ ରହିଛି।

ଲଗାତାର ଚାରି ଦିନ ପରେ ସୋମବାର ଅର୍ଥାତ୍ ଗତକାଲି ଏଠାରେ ହଜାରେରୁ କମ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗତକାଲି ଦିଲ୍ଲୀରେ ୯୯୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ମେ’ ୨୮ରୁ ମେ’ ୩୧ ତାରିଖ ପର୍ଯ୍ୟନ୍ତ ଲଗାତାର ଏଠାରେ ହଜାରେରୁ ଅଧିକ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।



from Odisha Reporter https://ift.tt/2TXrhWE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages