ଆଜି ଜନ୍ମମାଟିରେ ସମ୍ପନ୍ନ ହେବ ଅର୍ଜୁନ ସେଠୀଙ୍କ ଶେଷକୃତ୍ୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 8, 2020

ଆଜି ଜନ୍ମମାଟିରେ ସମ୍ପନ୍ନ ହେବ ଅର୍ଜୁନ ସେଠୀଙ୍କ ଶେଷକୃତ୍ୟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତକାଲି ରାତିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀଙ୍କ ପରଲୋକ ହୋଇଛି। ଆଜି ଭଦ୍ରକ ଜିଲ୍ଲା ବନ୍ତ ବ୍ଲକର ଅଡ଼ଙ୍ଗ ଗାଁ ଜନ୍ମମାଟିରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ପରିବାର ପକ୍ଷରୁ ଜଣାଯାଇଛି। ଏବେ ତାଙ୍କ ମର ଶରୀରକୁ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ନିଆଯାଇଛି। ସେଠାରେ ଦଳୀୟ ନେତା ଓ କର୍ମୀ ଶେଷ ଦର୍ଶନ କରିବା ପରେ ମର ଶରୀର ଭଦ୍ରକ ନିଆଯିବ। ଏହାପରେ କରୋନା କଟକଣା ନିୟମାବଳୀ ଭିତରେ ଗାଁରେ ଶେଷକୃତ୍ୟ ସମ୍ପନ୍ନ କରାଯିବ।

ବ୍ରେନ ଷ୍ଟ୍ରୋକ ହେବାରୁ ରବିବାର ଅର୍ଜ୍ଜୁନଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।  ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ପ୍ରାୟ ୮ଟାରେ ତାଙ୍କର ହୃଦଘାତରେ ପରଲୋକ ଘଟିଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା।

ଅର୍ଜୁନଙ୍କ ପରଲୋକରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ପ୍ରମୁଖ ଅର୍ଜୁନ ସେଠୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।



from Odisha Reporter https://ift.tt/37bB4Oa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages