ଚିହ୍ନଟ ହେଲେ ୧୬୫ ଆକ୍ରାନ୍ତ, ଗଞ୍ଜାମରେ ସବୁଠୁ ଅଧିକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 18, 2020

ଚିହ୍ନଟ ହେଲେ ୧୬୫ ଆକ୍ରାନ୍ତ, ଗଞ୍ଜାମରେ ସବୁଠୁ ଅଧିକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୧୭ ଜିଲ୍ଲାରୁ ୧୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪୦ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରୁ ଓ ୨୫ ଲୋକାଲ କେସ୍‌ ବୋଲି ଜଣାଯାଇଛି।  ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୧୬୫ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତକାଲି ମଧ୍ୟ ଏହି ଜିଲ୍ଲାରୁ ସର୍ବାଧିକ ୫୬ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ୧୬୫ ଆକ୍ରାନ୍ତଙ୍କ ମଧ୍ୟରେ ଅମ୍ଫାନ ଉଦ୍ଧାର କାର୍ଯ୍ୟ ସାରି ପଶ୍ଚିମବଙ୍ଗରୁ ଫେରିଥିବା ଉଦ୍ଧାରକାରୀ ଦଳର ୧୧ ସଦସ୍ୟ ଥିବା ଜଣାଯାଇଛି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଲା। ସେମାନଙ୍କ ମଧ୍ୟରୁ ୩୧୪୪ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୫୧୯ ଏବେ ରାଜ୍ୟର ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି।



from Odisha Reporter https://ift.tt/2Yg8Ij3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages