ରାଜ୍ୟରେ ଆଉ ୧୦୮ କରୋନା ଆକ୍ରାନ୍ତ ଚିହ୍ନଟ, ମାଲକାନଗିରିରେ ସବୁଠୁ ଅଧିକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 15, 2020

ରାଜ୍ୟରେ ଆଉ ୧୦୮ କରୋନା ଆକ୍ରାନ୍ତ ଚିହ୍ନଟ, ମାଲକାନଗିରିରେ ସବୁଠୁ ଅଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩ରେ ପହଞ୍ଚିଥିବା ବେଳେ ୨୮୫୪ ଜଣ ସୁସ୍ଥ ହୋଇ ସାରିଛନ୍ତି ଓ ୧୨୯୫ ଜଣ ଚିକିତ୍ସାଧୀନ ଅଛନ୍ତି।

ଏହି ୧୦୮ ଆକ୍ରାନ୍ତଙ୍କ ମଧ୍ୟରୁ ୯୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୩ଟି ହେଉଛି ଲୋକାଲ୍ କେସ୍।  ନୂଆ ୧୦୮ ଆକ୍ରାନ୍ତଙ୍କ ମଧ୍ୟରୁ ମାଲକାନଗିରି ଜିଲ୍ଲାରୁ ସର୍ବାଧିକ ୨୧ ଜଣ ଅଛନ୍ତି। ସେହିପରି କେନ୍ଦୁଝର ଜିଲ୍ଲାରୁ ୫ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୭, କେନ୍ଦ୍ରାପଡ଼ାରୁ ୯, ବାଲେଶ୍ୱରରୁ ୪, ଜଗତସିଂହପୁରରୁ ୯, ଗଞ୍ଜାମରୁ ୮. ପୁରୀରୁ ୧୫, ଗଜପତିରୁ ୭ ଓ ସୁନ୍ଦରଗଡ଼ରୁ ୨ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ, କଟକ, କଳାହାଣ୍ଡି, ବରଗଡ଼ ଓ ବଲାଙ୍ଗିରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ଅମ୍ଫାନ ଡ୍ୟୁଟି ସାରି ପଶ୍ଚିମ ବଙ୍ଗରୁ ଫେରିଥିବା ଆଉ ୧୬ ଅଗ୍ନିଶମ କର୍ମଚାରୀ ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।



from Odisha Reporter https://ift.tt/2Y9CwxX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages