ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବଲାଙ୍ଗିର ସଦର ଥାନା ଅର୍ନ୍ତଗତ ଉପରବାହାଲ ଗାଁ ପୋଖରୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଜଣଙ୍କ ହେଲେ କଷ୍ଟ ନାଏକ। ତାଙ୍କୁ ୨୦ ବର୍ଷ ହୋଇଥିଲା।
ମିଳିଥିବା ସୂଚନା ଅନୁସାରେ, କଷ୍ଟ ଗତ ୨୩ ତାରିଖରୁ ନିଖୋଜ ଥିଲେ। ଗତକାଲି ଗାଁ ପୋଖରୀ ନିକଟରେ ତାଙ୍କ ଚପଲ ପଡ଼ିଥିବା ପରିବାର ଲୋକ ଦେଖିଥିଲେ। ସେ ପୋଖରୀରେ ବୁଡି ଯାଇଥିବା ସନ୍ଦେହ କରି ପରିବାର ଲୋକେ ପୁଲିସ୍କୁ ଖବର ଦେଇଥିଲେ। ପୁଲିସ୍ ଓ ଅଗ୍ନିଶମ ବାହିନୀ ଦୀର୍ଘ ସମୟ ଖୋଜାଖୋଜି କରିଥିଲେ ମଧ୍ୟ କିଛି ସନ୍ଧାନ ପାଇ ନଥିଲେ। ଆଜି ସକାଳେ କଷ୍ଟଙ୍କ ମୃତଦେହ ପୋଖରୀରେ ଭାସୁଥିବା ଗାଁ ଲୋକେ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ କଷ୍ଟଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।
The post ଦୁଇ ଦିନ ତଳେ ନିଖୋଜ ଥିଲେ, ଆଜି ମିଳିଲା ମୃତଦେହ appeared first on Odisha Reporter.
from Odisha Reporter https://ift.tt/2NrRM2P
No comments:
Post a Comment